www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ପୁରୀରୁ ୪ କରୋନା ପଜିଟିଭ୍‌ ; ଦିନକରେ ମୋଟ ଆକ୍ରାନ୍ତ ୯୫

ଭୁବନେଶ୍ବର: ପୁରୀ ଜିଲାରେ ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ପୁରୀ ସହରରୁ ୨ଜଣ ଏବଂ କୋଣାର୍କ ଓ ପିପିଲିରୁ ଜଣେ ଲେଖାଏଁ ବୋଲି ଜିଲାପାଳ ବଲୱନ୍ତ ସିଂହ ସୂଚନା ଦେଇଛନ୍ତି। ଆକ୍ରାନ୍ତ ୩ଜଣଙ୍କ ମଧ୍ୟରୁ ୩ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ଅନ୍ୟ ଆକ୍ରାନ୍ତ ଜଣଙ୍କ ପୁରୀ ସହର କୁମ୍ଭାରପଡ଼ା ପୁଲିସ ଦ୍ବାରା ଗିରଫ ଅଭିଯୁକ୍ତ ଅଟନ୍ତି। ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ଥାନା ଷ୍ଟାଫ୍‌ଙ୍କୁ କ୍ବାରେଣ୍ଟାଇନ୍‌ରେ ପଠାଯିବ ବୋଲି ଜିଲାପାଳ ବଲୱନ୍ତ ସିଂହ କହିଛନ୍ତି। ଆଜି ଗୋଟିଏ ଦିନରେ ମୋଟ ୯୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୯୧,୨୨୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୮୩୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୨୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୦୮ ରହିଛି। ୭୫୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories