www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୭୫୨ କରୋନା ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ମଙ୍ଗଳବାର ଆଉ ୨୭୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪ ହଜାର ୨୩୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୦୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ରାଜ୍ୟରେ ମୋଟ ଚିହ୍ନଟ ହୋଇଥିବା ୮୪୨୩୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୬ ହଜାର ୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୫୬୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୨୧୯୫୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ , ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ ଜିଲ୍ଲାରୁ ୨୮ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୪୭ଜଣ, ଦେଓଗଡ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୧ଜଣ, ଯାଜପୁର ଜିଲ୍ଲାରୁ ୨୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୯୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୩ଜଣ, କୋରାପୁଟ ଜିଲ୍ଲାରୁ ୧୭୪ଜଣ, ମାଲକାନଗିରି ଜିଲ୍ଲାରୁ ୧୦୧, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୭ଜଣ, ନୟାଗଡ ଜିଲ୍ଲାରୁ ୧୦୩ଜଣ , ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୫ଜଣ, ସୋନପୁର ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୪୪ଜଣ ରହିଛନ୍ତି।

- Advertisement -

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories