ଦେଶରେ ଦିନକରେ ୬୭ ହଜାର ୧୫୧ ଆକ୍ରାନ୍ତ, ୧୦୫୯ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ୬୭ ହଜାର ୧୫୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୦୫୯ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ଲକ୍ଷ ୩୪ ହଜାର ୪୭୫କୁ ବୃଦ୍ଧି ପାଇଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯ ହଜାର ୪୪୯ରେ ପହଞ୍ଚିଛି। ଅନ୍ୟପଟେ ୨୪ ଲକ୍ଷ ୬୭ ହଜାର ୭୫୮ ଜଣ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ଏବଂ ଆକ୍ଟିଭ୍ କେସ୍ ୭ ଲକ୍ଷ ୦୭ ହଜାର ୨୬୭ ରହିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

kalyan agarbati

Comments are closed.