ନୂଆଦିଲ୍ଲୀ : ଦେଶରେ ମଧ୍ୟ କରୋନା ସଂକ୍ରମଣ କମିବାରେ ଲାଗିଛି। ଦିନକରେ ଆଉ ୧,୨୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୭,୩୫କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୨୪,୯୨,୩୨୬କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୭୬% ରହିଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୩ ଜଣଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୨୬୪ରେ ପହଞ୍ଚିଛି। ଅନ୍ୟପକ୍ଷରେ ଦେଶରେ ସାମଗ୍ରିକ ଟିକାକରଣ ୧୮୪ କୋଟି ୫୨,୪୪,୮୫୬ରେ ପହଞ୍ଚିଛି।



