www.samajalive.in
Saturday, December 6, 2025
15.1 C
Bhubaneswar

କରୋନା ଅପଡେଟ୍ : ୧୪ ଜିଲ୍ଲାରେ କରୋନା ପ୍ରଭାବ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୪ ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ୧୨୨ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୪ଟି ଜିଲ୍ଲାରେ କରୋନାର ପ୍ରଭାବ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ
ହୋଇଥିବାବେଳେ ଯାଜପୁର ଏବଂ ଭଦ୍ରକ ଜିଲ୍ଲାରେ୧୯ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ୱରରେ ୧୬ ଜଣ  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ରାପଡା ଓ କଳାହାଣ୍ଡି ଜିଲ୍ଲାରେ ଦୁଇଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି କଟକ, ଢେଙ୍କାନାଳ, କୋରାପୁଟ, ପୁରୀ, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

- Advertisement -

ସଂକ୍ରମିତ ୧୨୨ଙ୍କ ମଧ୍ୟରୁ ୮୩ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ସକାଳେ ଭୁବନେଶ୍ୱରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଆଉ ୩ଜଣ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେମାନେ ହେଉଛନ୍ତି ଦେବଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର । ଏହି ତିନୋଟି  ଜିଲ୍ଲାରେ ଏହା ହେଉଛି ପ୍ରଥମ ମାମଲା ।

ଅନ୍ୟ ପକ୍ଷରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ହଜାର ୧୦୮ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୨୨ ପଜିଟିଭ ଚିହ୍ନଟ
ହୋଇଥିବା ଜଣାପଡିଛି।
ତେବେ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ହଜାର ୩୩୨କୁ ବୃଦ୍ଧି ପାଇଛି। ୭ହଜାର ୬୯୫ ଜଣ ସୁସ୍ଥ ହୋଇ ଘରକୁ
ଫେରିଥିବା ବେଳେ ମୃତ୍ୟୁସଂଖ୍ୟା ୧ହଜାର ୭ ରହିଛି । ମହାରାଷ୍ଟ୍ରରେ ସର୍ବାଧିକ ୪୦୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories