ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୧୪,୩୭୮ରେ ପହଞ୍ଚିଛି। ଭୂତାଣୁରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୪୮୦ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ବର୍ତ୍ତମାନ ୧୧,୯୦୬ଜଣ ସଂକ୍ରମିତ ବ୍ୟକ୍ତିଙ୍କର ଚିକିତ୍ସା ଚାଲିଛି। ୧୯୯୧ଜଣ ସଂକ୍ରମିତ ବ୍ୟକ୍ତି ସଂପୂର୍ଣ୍ଣ ସୁସ୍ଥ ହୋଇଯିବା ପରେ ସେମାନଙ୍କୁ ହସ୍ପିଟାଲରୁ ଛାଡି ଦିଆଯାଇଛି।
ମହାରାଷ୍ଟ୍ରରେ ସର୍ବାଧିକ ୩,୩୨୩ଜଣ ବ୍ୟକ୍ତି ଭୂତାଣୁରେ ସଂକ୍ରମିତ ହୋଇଥିବାବେଳେ ସେଠାରେ ୨୦୧ଜଣ ଲୋକ ସଂକ୍ରମଣ ଯୋଗୁଁ ମୃତ୍ୟୁବରଣ କରିଛନ୍ତି। ଦିଲ୍ଲୀରେ ୧,୭୦୭ଜଣ ବ୍ୟକ୍ତି ସଂକ୍ରମିତ ହୋଇଥିବାବେଳେ ତାମିଲନାଡୁରେ ୧,୩୨୩ଜଣ ବ୍ୟକ୍ତି ସଂକ୍ରମିତ ହୋଇଥିବାର ଜଣାପଡିଛି। ମଧ୍ୟପ୍ରଦେଶରେ ୬୯ଜଣ ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଥିବାବେଳେ ଦିଲ୍ଲୀରେ ୪୨ଜଣ ସଂକ୍ରମିତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।



