www.samajalive.in
Saturday, December 6, 2025
19.1 C
Bhubaneswar

କରୋନାକୁ ନେଇ ଗୁଜବ ପ୍ରଚାର ଅଭିଯୋଗରେ ୭୬ଜଣଙ୍କ ବିରୋଧରେ ମାମଲା

ସମାଜ ପୋର୍ଟାଲ୍‌ ଡେସ୍କ: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁଜବ ପ୍ରଚାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦେଶ ଜାରି କରିଛନ୍ତି। ସରକାରୀ ନିର୍ଦେଶକୁ ଖାତିର ନ କରି କେତେକ ବ୍ୟକ୍ତି ଗୁଜବ ପ୍ରଚାର କରିଥିବା ଅଭିଯୋଗ ଆସିଛି। ବର୍ତ୍ତମାନ ସୁଦ୍ଧା ଗୁଜବ ପ୍ରଚାର ଅଭିଯୋଗରେ ୭୬ ଜଣଙ୍କ ବିରୁଦ୍ଧରେ ମାମଲା ଦାୟର କରାଯାଇଛି ।
ସେହିପରି ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୧୫ରୁ ଅପ୍ରେଲ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୪୪ଟି ମାମଲା ଦାୟର କରାଯାଇଛି । ସେଥିରୁ ୧୩୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୪ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୬ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୧୫୨ ଜଣଙ୍କୁ ଗିରଫ କରାଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories