www.samajalive.in
Sunday, December 7, 2025
23.1 C
Bhubaneswar

କରୋନା ଯୁଦ୍ଧ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି-ଉପରାଷ୍ଟ୍ରପତିଙ୍କ ସମେତ ସାଂସଦମାନଙ୍କ ଦରମା ୩୦% ହ୍ରାସ

ନୂଆଦିଲ୍ଲୀ : କରୋନା ମୁକାବିଲା କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଆଜି ଦୁଇଟି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ନିଷ୍ପତ୍ତି ଅନୁଯାୟୀ ସମସ୍ତ ସାଂସଦଙ୍କ ଦରମା ଗୋଟିଏ ବର୍ଷ ପାଇଁ ୩୦ ପ୍ରତିଶତ ହ୍ରାସ କରାଯାଇଛି। ଦ୍ୱିତୀୟ ନିଷ୍ପତ୍ତି ହେଉଛି, ଏମପି ପାଣ୍ଠି ଦୁଇ ବର୍ଷ ଯାଏଁ ଟଙ୍କା ପଠାଯିବ ନାହିଁ। ଏହି ପାଣ୍ଠି କରୋନା ମୁକାବିଲା ପାଇଁ ବ୍ୟବହୃତ କରାଯିବ।

କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି ଯେ, ଗୋଟିଏ ବର୍ଷ ପାଇଁ ସମସ୍ତ ସାଂସଦଙ୍କ ଦରମା ୩୦ ପ୍ରତିଶତ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ, ସମସ୍ତ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀଙ୍କ ଦରମା ୩୦ ପ୍ରତିଶତ ହ୍ରାସ ପାଇବ। ଏହି ଦରମା ଟଙ୍କାକୁ କରୋନା ମୁକାବିଲା ପାଇଁ ବ୍ୟବହୃତ କରାଯିବ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories