www.samajalive.in
Friday, December 12, 2025
26.1 C
Bhubaneswar

ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ସଂଖ୍ୟା ଏତେ ମାତ୍ରାରେ ବୃଦ୍ଧି ପାଇଛି ଯେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ ହୋଇଛି। ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୧.୫ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫, ୬୮୫ ହୋଇଥିବାବେଳେ ୨୪ ଘଣ୍ଟାରେ ସର୍ବାଧିକ ୧୮, ୫୫୨ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ୨୪ ଘଣ୍ଟାରେ ୩୮୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୧,୯୭,୩୮୭ ରହିଛନ୍ତି ଏବଂ ୨ ଲକ୍ଷ ୯୫ହଜାର ୮୮୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories