www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ୫୪୮ ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ !

ନୂଆଦିଲ୍ଲୀ : ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ପ୍ରାୟ ୫୪୮ ଜଣ ଡାକ୍ତର, ନର୍ସ ଏବଂ ପାରାମେଡିକାଲ କର୍ମଚାରୀ କରୋନା ଭୂତାଣୁ(ଭାଇରସ)ରେ ସଂକ୍ରମିତ ହୋଇଛନ୍ତି। ସରକାରୀ ସୂତ୍ରରୁ ଏହି ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, କରୋନା ଭୂତାଣୁରେ ଏହି ଡାକ୍ତର, ନର୍ସ ଏବଂ ପାରାମେଡିକାଲ କର୍ମଚାରୀମାନେ କିପରି ଏବଂ କେଉଁଠାରେ ସଂକ୍ରମିତ ହୋଇଛନ୍ତି ସେ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏହି ସଂକ୍ରମିତ ସଂଖ୍ୟାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଡାକ୍ତରଖାନାରେ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧା ଡାକ୍ତର, ନର୍ସ ଏବଂ ପାରାମେଡିକାଲ କର୍ମଚାରୀ ଅନ୍ତର୍ଭୁକ୍ତ ରହିଛନ୍ତି।
ସେହିଭଳି ଦେଶର ରାଜଧାନୀ ଦିଲ୍ଲୀରେ ଏପର୍ଯ୍ୟନ୍ତ ୬୯ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିସହ ୨୭୪ ଜଣ ନର୍ସ ଏବଂ ପାରାମେଡିକାଲ କର୍ମଚାରୀ ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories