www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ହେଉଥିବା ପରିଲକ୍ଷିତ ହୋଇଛି। ଦିନକରେ ଆଉ ୧୮,୭୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୭,୫୮୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୭୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୭,୩୭୩ରେ ପହଞ୍ଚିଛି। ମୃତ୍ୟୁହାର ୧.୩୩%। ୨୪ ଘଣ୍ଟାରେ ୨୬,୦୩୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାଏଁ ୩,୨୯,୫୮,୦୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୭.୮୧%। ୨,୯୨,୨୦୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୮୭%। ଗତ ୨୪ ଘଣ୍ଟାରେ ୧,୦୨,୨୨,୫୨୫ ଟିକା ନେଇଥିବା ବେଳେ ମୋଟ ୮୭,୦୭,୦୮,୬୩୬ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories