www.samajalive.in
Tuesday, December 9, 2025
17.1 C
Bhubaneswar

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ କାର୍ଯ୍ୟାଳୟରେ କରୋନା

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ମହାମାରୀ କରୋନା ଭାଇରସ । ରାଜ୍ୟପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ୪ ଜଣ କର୍ମଚାରୀ କରୋନା ଭାଇରସରେ ସଂକ୍ରମିତ ଥିବା ପରୀକ୍ଷଣରୁ ଜଣାପଡିଛି । ଏହା ଜଣାପଡିବା ପରେ ଆନ୍ଧ୍ରପ୍ରଦେଶ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ସହ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟପାଳଙ୍କ କାର୍ଯ୍ୟାଳୟରେ କରୋନା ସଂକ୍ରମିତ ଥିବା ୪ ଜଣଙ୍କ ମଧ୍ୟରେ ଜଣେ ସୁରକ୍ଷା ଅଧିକାରୀ ଏବଂ ଜଣେ ଷ୍ଟାଫ୍‌ ନର୍ସ ଥିବା କଥା ଆନ୍ଧ୍ରର ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ମୁଖ୍ୟ ସଚିବ କେ. ଏସ୍. ଜବାହର ରେଡ୍ଡୀ ସୂଚନା ଦେଇଛନ୍ତି ।

କରୋନା ପଜିଟିଭ ଚିହ୍ନଟ ହୋଇଥିବା ୪ ଜଣଙ୍କୁ ଚିକିତ୍ସା ପାଇଁ ବିଜୟୱାଡ଼ାର ଏକ ଡାକ୍ତରଖାନାକୁ ‌ସ୍ଥାନାନ୍ତର କରାଯାଇଛି । କିନ୍ତୁ ଆକ୍ରାନ୍ତ ୪ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବା ବେଳେ କିପରି କରୋନା ଆକ୍ରାନ୍ତ ହେଲେ ତାହା ଆନ୍ଧ୍ର ସ୍ବାସ୍ଥ୍ୟଅଧିକାରୀଙ୍କ ଚିନ୍ତା ବଢାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories