www.samajalive.in
Saturday, December 6, 2025
23.1 C
Bhubaneswar

ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି : ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ହେବେ ପାସ୍

ନୂଆଦିଲ୍ଲୀ ; କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ସମଗ୍ର ଦେଶରେ ଲକ୍ ଡାଉନ୍ ଘୋଷଣା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି ।  ଦିଲ୍ଲୀ ସରକାର ସୋମବାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ନିଷ୍ପତ୍ତି  ନେଇଛନ୍ତି । ନର୍ସରୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ   ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପରବର୍ତ୍ତୀ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ।

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ  ମନୀଷ ସିସୋଦିଆ କହିଛନ୍ତି ଯେ, ଦିଲ୍ଲୀରେ ହିଂସା ଯୋଗୁଁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା କରାଯାଇପାରି ନଥିଲା । ପରେ କରୋନା ଭୁତାଣୁ ସଂକ୍ରମଣ ହେତୁ ଏହି ପରୀକ୍ଷାଗୁଡ଼ିକୁ ସ୍ଥଗିତ ରଖାଯାଇଥିଲା । ତେଣୁ ଏଭଳି ପରିସ୍ଥିତିରେ ବର୍ତ୍ତମାନ ସରକାରୀ ବିଦ୍ୟାଳୟର ନର୍ସରୀ ଠାରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ବିନା ପରୀକ୍ଷାରେ ପରବର୍ତ୍ତୀ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବେ । ସେହିପରି ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଅନଲାଇନ୍ କ୍ଲାସ୍ କରାଯିବ ବୋଲି ସେ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣା ପରେ ଦେଶରେ ୨୧ ଦିନିଆ ଲକ୍ ଡାଉନ୍ ଜାରି ହୋଇଛି। ଏହି ଲକ୍‌ ଡାଉନ୍ ବା ତାଲାବନ୍ଦ ୧୪ ଏପ୍ରିଲରେ ଶେଷ ହେବ। ଲକ୍‌ ଡାଉନ୍ ପୂର୍ବରୁ ସ୍କୁଲ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। କେବଳ ଦିଲ୍ଲୀ ନୁହେଁ, ଅନେକ ରାଜ୍ୟ ବିନା ପରୀକ୍ଷାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରିବାକୁ ଘୋଷଣା କରିଛନ୍ତି।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories