www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଣ୍ଟାରେ ୨୮,୪୯୮ ସଂକ୍ରମିତ, ୫୫୩ ମୃତ

ନୂଆଦିଲ୍ଲୀ : ଭାରତରେ ଭୟଙ୍କର ହେଉଛି କରୋନା। ଦିନକୁ ଦିନ ଦେଶରେ କରୋନା ସ୍ଥିତି ଗମ୍ଭୀର ହେଉଛି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩ ହଜାର ୭୨୭ ଛୁଇଁଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।


ଗତ ୨୪ ଘଣ୍ଟାରେ ଭାରତରେ ୨୮ ହଜାର ୪୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୦୬ ହଜାର ୭୫୨ ଛୁଇଁଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩ ହଜାର ୭୨୭ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।

- Advertisement -

ଏଯାବତ୍ ଦେଶରେ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୩ ଲକ୍ଷ ୧୧ ହଜାର ୫୬୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୩ ହଜାର ୭୨୭ ଜଣ ପ୍ରାଣ ହରାଇଛନ୍ତି । ସେହିପରି  ୫ ଲକ୍ଷ ୭୧ ହଜାର ୪୬୦ ଜଣ ଆକ୍ରାନ୍ତ ଚିକିତ୍ସିତ ହୋଇ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories