www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ପୁଳା ପୁଳା ସୁନା; ୯ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ। ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ବିପୁଳ ସମ୍ପତ୍ତି ମିଳିଛି। ଭୁବନେଶ୍ୱର ଘରୁ ପୁଳାପୁଳା ସୁନା, ହୀରା ଓ ରୁପା ଗହଣା ଠାବ କରିଛି ଭିଜିଲାନ୍ସ ଟିମ୍‌‌। ବହୁ ସୁନା ଗହଣା ସହ, ସୁନା ବିସ୍କୁଟ, ସୁନା ଓ ରୂପା କଏନ, ଭିନ୍ନ ଭିନ୍ନ ଡିଜାଇନର ଦାମୀ ଘଣ୍ଟା ଏବଂ ବିଦେଶୀ ମୁଦ୍ରା ଠାବ ହୋଇଛି। ଏସବୁ ଦେଖିଲେ ଲାଗୁଛି ଯେମିତି ତାରାଙ୍କ ଘରେ ମିନି ଜୁଏଲାରୀ ଦୋକାନ ହୋଇଥିଲା। ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ନିଜର ଚାକିରି ସମସୟରେ ଏତେ ପରିମାଣର ସୁନା ଗହଣା, ଏକାଧିକ ଫ୍ଲାଟ୍‌‌ କିଭଳି କିଣିଲେ ସେ ନେଇ ଖୋଳତାଡ କରୁଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାରା ପ୍ରସାଦଙ୍କ ଭୁବନେଶ୍ୱର, କଟକ ଓ ଝାରସୁଗୁଡା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories