www.samajalive.in
Wednesday, December 10, 2025
18.1 C
Bhubaneswar

ସମ୍ବିଧାନ ଦିବସ ପଦଯାତ୍ରା- ମୋ ସମ୍ବିଧାନ ମୋ ଗୌରବ ପଦଯାତ୍ରା

ଭୁବନେଶ୍ବର : ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ମାଇଁ ଭାରତ (ଏନୱାଇକେଏସ ଓ ଏନଏସଏସ) ପକ୍ଷରୁ ଆଜି ଭୁବନେଶ୍ୱର ଏଜି ଛକରେ ‘ସମ୍ବିଧାନ ଦିବସ ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯୁବ ସେବା ଓ କ୍ରୀଡ଼ା, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ, ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ, ପୃଥ୍ୱୀରାଜ ହରିଚନ୍ଦନ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଏନୱାଇକେଏସର ଆଞ୍ଚଳିକ ନିର୍ଦ୍ଦେଶକ ଶିବାଜୀ ଖରାଟ; ଏନଏସଏସର ଆଞ୍ଚଳିକ ନିର୍ଦ୍ଦେଶିକା ସରିତା ପଟେଲ ପ୍ରମୁଖ ଯୋଗ ଦେଇଥିଲେ।

- Advertisement -

ଅତିଥିଙ୍କ ଦ୍ୱାରା ଡ. ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ସମ୍ବିଧାନ ପ୍ରସ୍ତାବନା ପାଠ କରାଯାଇଥିଲା। ପଦଯାତ୍ରା ଏଜି ଛକଠାରୁ ଆରମ୍ଭ ହୋଇ କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ଯାଇଥିଲା। ପଦଯାତ୍ରାରେ ପାଖାପାଖି ୧୫୦୦ ଯୁବକ (ମାଇଁ ଭାରତ ସ୍ୱେଚ୍ଛାସେବୀ) ଉପସ୍ଥିତ ଥିଲେ। ମାଇଁ ଭାରତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସମାରୋହକୁ ଜୀବନ୍ତ କରିଥିଲା।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories