www.samajalive.in
Wednesday, December 10, 2025
14.1 C
Bhubaneswar

ଇସ୍ତଫା ପତ୍ର ପ୍ରତ୍ୟାହାର କଲେ କାଉନସିଲର

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୧୦ ନମ୍ବର ୱାର୍ଡ଼ କାଉନସିଲର ବିଜୟ କୁମାର ମଲ୍ଲିକ ମଙ୍ଗଳବାର ଦିନ କାଉନସିଲର ପଦବୀରୁ ଇସ୍ତଫା ଦେଇ ଚୌଦ୍ୱାର-କଟକ ବିଧାୟକଙ୍କୁ  ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ଏହି ଖବର ଜଣା ପଡ଼ିବା ପରେ ଦଳୀୟସ୍ତରରେ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଥିଲା। ବିଧାୟକ ସୌଭିକ ବିଶ୍ୱାଳ ଏସମ୍ପର୍କରେ ବୁଧବାର ଦିନ ଏକ ବୈଠକ ଡକାଇ ଘଟଣାର ସମାଧାନ କରିବା ସହିତ ସମ୍ପୃକ୍ତ କାଉନସିରଙ୍କ ସମସ୍ୟା ଗୁଡ଼ିକ ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶୃତି ଦେବାରେ ସେ ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଥିବା ଜଣା ପଡ଼ିଛି ।ଏହି ବୈଠକରେ ସାଂସଦ ପ୍ରତିନିଧି ପ୍ରେମଚାନ୍ଦ ନାୟକ, ବିଧାୟକ ପ୍ରତିନିଧି ବିଷ୍ଣୁ ଚରଣ ପରିଡ଼ା, ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ଓ ସମସ୍ତ ଦଳୀୟ କାଉନସିଲର ଉପସ୍ଥିତ ଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories