www.samajalive.in
Saturday, December 6, 2025
14.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୯୬.୩୬ ପ୍ରତିଶତ : ମୃତ୍ୟୁହାର ୧.୪୫%

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୬.୩୬ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୧ ହଜାର ୩୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୯୯ ଲକ୍ଷ ୯୬ ହଜାର ୨୭୨କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ୨.୧୯% ରହିଛି। ବର୍ତ୍ତମାନ ଦେଶରେ ୨ ଲକ୍ଷ ୨୭ ହଜାର ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୮୮ ଜଣ ନୂଆ ଲୋକ ଭୂତାଣୁରେ ସଂକ୍ରମିତ ହୋଇଥିବା ରିପୋର୍ଟ ମିଳିଛି। ଫଳରେ
ଦେଶରେ ମୋଟ୍‍ ସଂକ୍ରମଣ ୧ କୋଟି ୩ ଲକ୍ଷ ୭୪ ହଜାର ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଦେଶରେ କରୋନା ମୃତ୍ୟୁହାର ୧.୪୫% ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ ଜଣଙ୍କର ମୃତ୍ୟୁ ଘଟିବା ସହ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୫୦ ହଜାର ୧୧୪ରେ ପହଞ୍ଚିଛି।

- Advertisement -

ଆଇସିଏମ୍‍ଆର୍‍ରୁ ମିଳିଥିବା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ଭିତରେ ୯ ଲକ୍ଷ ୪୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories