www.samajalive.in
Sunday, December 7, 2025
15.1 C
Bhubaneswar

ସରକାରୀ ଅର୍ଥ ଆତ୍ମସାତ: ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅନୁଦାନ ଆତ୍ମସାତ କରିଥିବା ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜନୈକ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ  କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ଅଭିଯୁକ୍ତ ଜଣକ ହେଲେ ବାଲିଗୁଡା ବ୍ଲକ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ଶିକ୍ଷକ ବିଭୁ ନନ୍ଦନ କେଶରୀ ନାୟକ। ସୂଚନା ଅନୁଯାୟୀ, ୨୦୧୭ରେ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ୩ ଲକ୍ଷ ଟଙ୍କାର ଅନୁଦାନ ରାଶିକୁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ବିଭୁନନ୍ଦନ କୌଣସି କାମ ନ କରି ଆତ୍ମସାତ କରି ଦେଇଥିଲେ। ଏ ନେଇ ଅଭିଯୋଗ ହେବା ପରେ ଭିଜିଲାନ୍ସ ବିଭାଗ ତଦନ୍ତ କରି ତାଙ୍କ ବିରୋଧରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୫୮/୧୭ରେ ଏକ ମାମଲା ରୁଜୁ କରିଥିଲା। ଶୁକ୍ରବାର ଏହି ମାମଲାର ଶୁଣାଣି କରି ଫୁଲବାଣୀ ଭିଜିଲାନ୍ସ ଅଦାଲତର ବିଚାରପତି ଅଭିଯୁକ୍ତ ଶିକ୍ଷକଙ୍କୁ ଦଣ୍ଡାଦେଶ ଦେିଛନ୍ତି। ମାମଲାର ଅନ୍ୟ ଅଭିଯୁକ୍ତ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି କିଟୁସୁ ମଲ୍ଲିକଙ୍କୁ ଅଦାଲତ ପ୍ରମାଣ ଅଭାବରୁ ଦୋଷମୁକ୍ତ କରିଛନ୍ତି। ମାମଲାର ତଦନ୍ତ ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ରାଜୀବ କୁମାର ବେହେରାଙ୍କ ଦ୍ଵାରା କରାଯାଇଥିବା ବେଳେ ସ୍ବତନ୍ତ୍ର ପିପି ଭି. ଭି. ରାମଦାସ ମାମଲା ପରିଚାଳନା କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories