www.samajalive.in
Monday, December 15, 2025
24.1 C
Bhubaneswar

ଜେଲ ଗଲେ ଶଙ୍କର ଓ ସୁରେଶ

ବ୍ରହ୍ମପୁର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ ସୋମବାର କୋର୍ଟରେ ହାଜର କରିଛି କ୍ରାଇମବ୍ରାଞ୍ଚ। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳଙ୍କ ଆବାସିକ କକ୍ଷରେ କ୍ରାଇମବ୍ରାଞ୍ଚ ଶଙ୍କରଙ୍କୁ ହାଜର କରିଥିଲା। ଶଙ୍କରଙ୍କ ସହିତ ଅନ୍ୟତମ ଅଭିଯୁକ୍ତ ସୁରେଶ ନାୟକଙ୍କୁ ମଧ୍ୟରେ ହାଜର କରାଇଛି। ଉଭୟଙ୍କୁ କୋର୍ଟ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତଦ୍ଵୟଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ଲାଗି କ୍ରାଇମବ୍ରାଞ୍ଚ ପକ୍ଷରୁ ଆବେଦନ କରାଯାଇଛି।

ନିଯୁକ୍ତି ଦୁର୍ନୀତିରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କରଙ୍କୁ ପୁଲିସ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। ଶଙ୍କର ଗିରଫ ହେବା ପରେ ଏହି ଦୁର୍ନୀତିରେ ପ୍ରାୟ ୧ ହଜାର କୋଟି ଟଙ୍କାର ଡିଲ୍‌ ହୋଇଥିବା ତଥ୍ୟ ସାମ୍ନାକୁ ଆସିଛି। ଅଧିକ ଜେରା କରାଗଲେ ଏହି ମାମଲାରେ ଆହୁରି ଅନେକ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories