www.samajalive.in
Monday, December 8, 2025
13.1 C
Bhubaneswar

କରୋନା ଭୟ: ଓଡ଼ିଶା ଫେରିଲେଣି ୨,୮୬୦୨୦ ପ୍ରବାସୀ

ଭୁବନେଶ୍ୱର : କୋଭିଡ୍‌-୧୯ ମୁକାବିଲା ପାଇଁ ଗ୍ରାମାଞ୍ଚଳରେ ସଙ୍ଗରୋଧକୁ ‌ ସଶକ୍ତ କରାଯାଇଛି। ଏଥିପାଇଁ ଗ୍ରାମାଞ୍ଚଳରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୬୨୬ ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୭,୩୧,୧୩୩ ଶଯ୍ୟାର ବ୍ୟବସ୍ଥା କରାଯାଇଛି।
ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୩୦,୬୧୬ ଜଣ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୨,୮୬,୦୨୦ ଜଣ ଫେରିଛନ୍ତି। ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟ ଯାନବାହନରେ ଆସିଛନ୍ତି।
ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଟକି ରହିଥିବା ବିହାରର ୧୦୯୮ ଜଣ ଶ୍ରମଜୀବୀଙ୍କୁ ଭୁବନେଶ୍ୱରରୁ ସ୍ୱତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ସେମାନଙ୍କ ରାଜ୍ୟକୁ ପଠାଯାଇଛି। ସମସ୍ତ ଶ୍ରମିକଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଓ ଷ୍ଟାମ୍ପିଂ ସହିତ ସେମାନଙ୍କୁ ଖାଦ୍ୟ ଓ ପାଣିବୋତଲ ଦିଆଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories