www.samajalive.in
Saturday, December 6, 2025
15.1 C
Bhubaneswar

୧୬୧ ଜଣଙ୍କର ପରୀକ୍ଷଣ, ଜଣେ କରୋନା ଆକ୍ରାନ୍ତ

ଆଠଗଡ : ଆଠଗଡ ବ୍ଲକର ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ୨ଟି ସ୍ଥାନରେ ରବିବାର ଦିନ କରାଯାଇଥିବା ୧୬୧ ଜଣଙ୍କର ଆଣ୍ଟିଜେନ ପରୀକ୍ଷଣରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି। ବ୍ରହ୍ମପୁର ସିଏଚସିରେ ୧୨ଜଣଙ୍କର ପରୀକ୍ଷଣ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ କଖଡିର ଜଣେ ୨୫ବର୍ଷ ବୟସ୍କ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ବ୍ୟତୀତ କଟକିଆସାହି ପଞ୍ଚାୟତର ବଉଳପଦା ଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଶିବିରରେ ୧୪୯ଜଣଙ୍କର ଆଣ୍ଟିଜେନ ପରୀକ୍ଷଣ କରାଯାଇଥିବା ବେଳେ ସବୁ ରିପୋର୍ଟ ନେଗେଟିଭ ଆସିଥିବା ସିଏଚସି ଅଧିକ୍ଷକ ଡାକ୍ତର ଦିଲ୍ଲୀପ କୁମାର ଦାସଙ୍କ ସୁତ୍ରରୁ ପ୍ରକାଶ। ସେହି ବଉଳପଦା ଶିବିରରୁ ୩୭ଜଣଙ୍କର ସ୍ୱାବ୍ ନମୁନା ଆରଟିପିସିଆର ପରୀକ୍ଷା ପାଇଁ କଟକ ବଡମେଡିକାଲକୁ ପଠାଯାଇଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories