ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୧୬୯୬ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ଆଉ ଦୁଇଜଣ କରୋନା ଆକ୍ରାନ୍ତ ରୋଗୀ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୨ ଆକ୍ରାନ୍ତ ରାଉରକେଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୪୧ ବୃଦ୍ଧି ପାଇଛି ଏବଂ ସେମାନେ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି। ଜଣେ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦୨ ରହିଛି। ୧୮୨ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ଅଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



