www.samajalive.in
Monday, December 8, 2025
14.1 C
Bhubaneswar

କୋଭିଡ୍‍ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ଓଡିଶାର କେନ୍ଦ୍ରୀୟ ସଂସ୍ଥାସମୂହ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ୱାସ୍ଥ୍ୟ ସଂଗଠନ, ବ୍ୟାଙ୍କିଂ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ଓଡ଼ିଶାରେ କୋଭିଡ୍‍ ପରିଚାଳନା ପ୍ରସ୍ତୁତି ଏବଂ ସ୍ୱାସ୍ଥ୍ୟ ଭିତିଭୂମି ଉପରେ ସମୀକ୍ଷା କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ରାଜ୍ୟରେ ଟେଷ୍ଟି, ଭେଂଟିଲେଟର, ଟିକାକରଣ ଓ ଅକ୍ସିଜେନ ବ୍ୟବସ୍ଥା ବଢାଇବା ସହ ସ୍ୱାସ୍ଥ୍ୟ ଭିତିଭୂମି ଉପରେ ଗୁରୁତ୍ୱ ଦେବାକୁ ପରମର୍ଶ ଦେଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାର ସ୍ୱାସ୍ଥ୍ୟସେବାକୁ ବିକଶିତ କରିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ। ଓଡ଼ିଶାରେ ପରିଚାଳିତ ପିଏସୟୁ, କେନ୍ଦ୍ର ସ୍ୱାସ୍ଥ୍ୟ ଅନୁଷ୍ଠାନ, ବ୍ୟାଙ୍କିଂ କ୍ଷେତ୍ର ତଥା କର୍ପୋରେଟ୍‍ ସେକ୍ଟର ଏହି ମହାମାରୀରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ଆବଶ୍ୟକତା ଅନୁଯାୟୀ ସ୍ୱାସ୍ଥ୍ୟ ଭିତିଭୂମି ତିଆରି କରିବା ଦରକାର। ଓଡ଼ିଶାରେ ସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବା, ଆଇସୋଲେସନ ଶଯ୍ୟାର କ୍ଷମତା ବୃଦ୍ଧି କରିବା ସହ ଆଇସିୟୁ ଏବଂ ଅମ୍ଳଜାନ ସଂଯୁକ୍ତ ଶଯ୍ୟା ସଂଖ୍ୟା ବୃଦ୍ଧି କରିବା ଦିଗରେ ସମସ୍ତେ ମିଳିତ ଭାବେ ପଦକ୍ଷେପ ନେବା ସହ ସରକାରଙ୍କ ସହ ସମନ୍ୱୟ ରକ୍ଷା କରିବା ଦରକାର। ସମସ୍ତ ଅଂଶୀଦାରମାନେ ଟେଷ୍ଟିଂ, ଟିକାକରଣ ସୁବିଧା, ଭେଟିଂଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍‍ ବ୍ୟବସ୍ଥା ତଥା ଅନ୍ୟାନ୍ୟ
ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧିକୁ ବିକଶିତ କରି ବର୍ତମାନ କୋଭିଡ୍‍ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବା ଦରକାର।

- Advertisement -

ରାଜ୍ୟର ଦୁଇଟି ଅଗ୍ରଣୀ ପ୍ରତିଷ୍ଠାନ ଆରଏମଆରସି ଏବଂ ଆଇଏଲଏସକୁ ଅଧିକରୁ ଅଧିକ ଟେଷ୍ଟିଂକୁ ବୃଦ୍ଧି କରିବା ଏବଂ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗଗୁଡ଼ିକୁ ମଧ୍ୟ ନିଜ ନିଜ ବ୍ୟବସ୍ଥାରେ ଟେଷ୍ଟିଂ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ତିଆରି କରିବା ପାଇଁ ମନ୍ତ୍ରୀ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି। ସେହିପରି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣର ଅଭିଯାନକୁ ତ୍ୱରାନ୍ୱିତ କରିବା ପାଇଁ ପିଏସୟୁଗୁଡ଼ିକୁ ଟିକା କିଣି ନିଜର କର୍ମଚାରୀଙ୍କୁ ଟିକା ଦେବା ସହ ସମାଜରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ କରାଇବା
ଉପରେ ଗୁରୁତ୍ୱାରୋପ କରିଛନ୍ତି।

କୋଭିଡ୍‍-୧୯ ମହାମାରୀକୁ ଦୃଢ଼ତାର ସହ ଲଢ଼ିବା ପାଇଁ ଟେଷ୍ଟିଂ ବଢ଼ାଇବା, ଜରୁରିକାଳୀନ ଔଷଧ ତଥା ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟ ସରକାରଙ୍କୁ ସହଯୋଗ କରିବା ତଥା ମିଳିତ ଭାବେ କାର୍ଯ୍ୟ କରିବା ଦିଗରେ ମଧ୍ୟ ଶ୍ରୀ ପ୍ରଧାନ ଆଲୋଚନା କରିଛନ୍ତି। କୋଭିଡ୍‍ -୧୯ର ସଂକ୍ରମଣ ଦୃଷ୍ଟିରେ ବର୍ତମାନ ସ୍ୱାସ୍ଥ୍ୟ ସୁବିଧାକୁ ଆହୁରି ବ୍ୟାପକ କରିବା ଏବଂ ସର୍ବାଧିକ କୋଭିଡ୍‍-୧୯ ପ୍ରଭାବିତ ଅଂଚଳ ସମେତ ସବୁ ଜିଲ୍ଲାକୁ ପ୍ରାଥମିକତା ଦେଇ ସ୍ୱାସ୍ଥ୍ୟ ଭିତିଭୂମିକୁ ବିକଶିତ କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ ଦେଇଛନ୍ତି।

ଏହି ଆଲୋଚନାରେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ, ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା, ଆଇଏଲଏସର ନିର୍ଦ୍ଦେଶକ, ଆରଏମଆରସିର ନିର୍ଦ୍ଦେଶିକା, ଏନସିସିର ଓଡ଼ିଶା ଜୋନର ଇନଚାର୍ଜ, ଏୟାରପୋର୍ଟ ଅଥୋରିଟି ଅଫ୍‍ ଇଣ୍ଡିଆ ଭୁବନେଶ୍ୱରର ନିର୍ଦ୍ଦେଶକ, ପୂର୍ବତଟ ରେଳବାଇର ଜେନେରାଲ ମ୍ୟାନେଜର, ଏସବିଆଇ ବ୍ୟାଙ୍କ୍‍ ଓଡିଶା ଶାଖାର ସିଜିଏମ, ଏମସିଏଲର ସିଏମଡ଼ି ପି.କେ ସିହ୍ନା ପ୍ରମୁଖ ଆଲୋଚନାରେ ସାମିଲ ହୋଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories