www.samajalive.in
Thursday, December 11, 2025
27.1 C
Bhubaneswar

ଦେଶରେ ଦିନକରେ ୧,୨୩୩ ନୂଆ ସଂକ୍ରମିତ ; ଆରୋଗ୍ୟ ହାର ୯୮.୭୫%

ନୂଆଦିଲ୍ଲୀ : ଦେଶରେ କରୋନା ସ୍ରଂକମଣ ଗତକିଛି ଦିନ ମଧ୍ୟରେ ଲଗାତାର ହ୍ରାସ ପାଉଛି। ଦିନକରେ ଆଉ ୧,୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୨୩,୨୧୫କୁ ବୃଦ୍ଧି ପାଇଛି। ସେହିପରି ଆଉ ୧,୮୭୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୮୭,୪୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୧୦୧ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ୧୪,୭୦୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତହାର ୦.୦୩%। ଦିନକ ପୂର୍ବରୁ ୬,୨୪,୦୨୨ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୮,୮୫,୫୬,୯୩୫ ନମୁନା ପରୀକ୍ଷା କରାଯାଇଛି। ଦିନକରେ ଆଉ ୨୬,୩୪,୦୮୦ ଟିକା ନେଇଥିବା ବେଳେ ମୋଟ ୧,୮୩,୮୨,୪୧,୭୪୩ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୩,୦୧,୫୫୩ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories