www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ପୁଣି ଏକ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ କିଛି ଦିନର ବ୍ୟବଧାନ ପରେ ପୁଣି ଦୈନିକ ସଂକ୍ରମଣ ଏକ ହଜାର ଅତିକ୍ରମ କରିଛି। ଦିନକରେ ଆଉ ୧,୦୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୩୮,୦୧୬କୁ ବୃଦ୍ଧି ପାଇଛି। ସେହିପରି ଆଉ ୧,୦୮୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୦୫,୪୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୬%। ଚିିକିତ୍ସାଧୀନ ଅବସ୍ଥାରେ ଆଉ ୨୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୭୩୬ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ୧୦,୮୭୦ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୦୩%। ଦିନକ ପୂର୍ବରୁ ୪,୨୯,୩୨୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୯,୪୯,୫୪,୫୨୫ ନମୁନା ପରୀକ୍ଷା କରାଯାଇଛି। ସେହିପରି ଆଉ ୧୫,୦୫,୩୩୫ ଟିକା ଦିନକ ପୂର୍ବରୁ ନେଇଥିବା ବେଳେ ଏଯାଏଁ ମୋଟ ୧,୮୬,୦୭,୦୬,୪୯୯ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୭,୮୯,୮୧୮ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories