www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ କରୋନା ; ଚିହ୍ନଟ ହେଲେ ୨,୩୩୮ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨ ହଜାର ୩୩୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୫୮,୦୮୭କୁ ବୃଦ୍ଧି ପାଇଛି । ସେହିପରି ଆଉ ୨ ହଜାର ୧୩୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୬,୧୫,୫୭୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆରୋଗ୍ୟ ହାର ୯୮.୭୪% । ଚିିକିତ୍ସାଧୀନ ଅବସ୍ଥାରେ ଆଉ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୬୩୦ ରେ ପହଞ୍ଚିଛି । ମୃତ୍ୟୁହାର ୧.୨୨% । ଆଉ ୧୭,୮୮୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତହାର ୦.୦୪% ।୨୪ ଘଣ୍ଟାରେ ଆଉ ୩,୬୩,୮୮୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ଏଯାଏଁ ମୋଟ ୮୫,୦୪,୪୧,୨୯୨ ନମୁନା ପରୀକ୍ଷା କରାଯାଇଛି । ସେହିପରି ଦିନକ ଆଗରୁ ୧୩,୩୩,୦୬୪ ଟିକା ନେଇଥିବା ବେଳେ ମୋଟ ୧,୯୩,୪୫,୧୯,୮୦୫ ଟିକାକରଣ କରାଯାଇଛି । ଆଜି ମଧ୍ୟାହ୍ନ ସୁଦ୍ଧା ୨,୨୧,୫୮୫ ଟିକାକରଣ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories