www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ୧୫,୯୪୦ ନୂଆ କରୋନା ସଂକ୍ରମିତ ; ଆରୋଗ୍ୟ ହାର ୯୮.୫୮%

ନୂଆଦିଲ୍ଲୀ : ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ପୁଣି ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୫,୯୪୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୩,୭୮,୨୩୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୨,୪୨୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୭,୬୧,୪୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୮%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୯୭୪ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ୯୧,୭୭୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୧%। ଦିନକ ପୂର୍ବରୁ ୩,୬୩,୧୦୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୦୨,୫୮,୧୩୯ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୫,୭୩,୩୪୧ ଟିକା ନେଇଥିବା ବେଳେ ଆଜି ପୂର୍ବାହ୍ନ ସୁଦ୍ଧା ୧୬,୭୦୪ ଟିକାକରଣ ହୋଇଛି। ଏଯାଏଁ ମୋଟ ୧,୯୬,୯୪,୪୦,୯୩୨ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories