www.samajalive.in
Sunday, December 7, 2025
15.1 C
Bhubaneswar

ଦେଶରେ କମୁଛି ସଂକ୍ରମଣ ; ଆରୋଗ୍ୟ ସଂଖ୍ୟା ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଗତକିଛି ତୁଳନାରେ ଦ୍ରୁତ ଗତିରେ ହ୍ରାସ ପାଉଛି। ଦିନକରେ ଆଉ ୫,୯୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୫୭,୪୭୭କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୧,୬୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟ ସଂଖ୍ୟା ୪,୨୩,୭୮,୭୨୧ରେ ପହଞ୍ଚିଛି। ଆରୋଗ୍ୟ ହାର ୯୮.୬୫%। ଚିିକିତ୍ସାଧୀନ ଅବସ୍ଥାରେ ଆଉ ୨୮୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୪,୮୭୮ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ଆଉ ୬୩, ୮୭୮ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୫%। ୨୪ ଘଣ୍ଟାରେ ଆଉ ୯,୪୦,୯୦୫ ନମୁନା ପରୀକ୍ଷା କରାଯାଇଥିବା ବେଳେ ଏଯାଏଁ ମୋଟ ୭୭,୧୯,୧୪,୨୬୧ ନମୁନା ପରୀକ୍ଷା କରାଯାଇଛି। ଦିନକ ପୂର୍ବରୁ ୨୪,୬୨,୫୬୨ ଟିକା ନେଇଥିବା ବେଳେ ମୋଟ ୧,୭୮,୫୫,୬୬,୯୪୦ ଟିକାକରଣ ହୋଇଛି। ଶନିବାର ସକାଳ ଯାଏଁ ୩,୯୬,୨୮୫ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories