www.samajalive.in
Friday, December 5, 2025
20.1 C
Bhubaneswar

ଦେଶରେ ଆଉ ୨୦,୫୫୭ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି। ଦିନକରେ ଆଉ ୨୦ ହଜାର ୫୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୦୩,୬୧୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୩୮୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ସେହିପରି ଆଉ ୧୮,୫୧୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୧,୩୨,୧୪୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୪୭%। ଆଉ ୧,୪୩,୦୯୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୩%। ଦିନକ ଆଗରୁ ଆଉ ୪,୯୮,୦୩୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୭,୦୬,୫୩,୪୮୬ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୨୬,୦୪,୭୯୭ ଟିକା ନେଇଥିବା ବେଳେ ମୋଟ ୨,୦୦,୬୧,୨୪,୬୮୪ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୮,୨୪,୧୨୦ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories