www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୨୧,୪୧୧ ; ମୃତ ୬୭

ନୂଆଦିଲ୍ଲୀ : ଦେଶରେ ଲଗାତାର କିଛି ଦିନ ମଧ୍ୟରେ ଦୈନିକ ସଂକ୍ରମଣ ୨୧ ହଜାର ଅତିକ୍ରମ କରୁଛି। ଦିନକରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୬୮,୪୭୬କୁ ବୃଦ୍ଧି ପାଇଛି। ସେହିପରି ୨୦,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୧,୯୨,୩୭୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୬%। ଚିକିତ୍ସାଧୀନ ଅବସ୍ଥାରେ ୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୯୯୭ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୧,୫୦,୧୦୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୪%। ଦିନକ ଆଗରୁ ୪,୮୦,୨୦୨ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୭,୨୧,୩୬,୪୦୭ ନମୁନା ପରୀକ୍ଷା କରାଯାଇଛି।
ସେହିପରି ୨୪ ଘଣ୍ଟାରେ ୩୪,୯୩,୨୦୯ ଟିକା ନେଇଥିବା ବେଳେ ମୋଟ ୨,୦୧,୬୮,୧୪,୭୭୧ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୩,୯୪,୯୧୭ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories