ନୂଆଦିଲ୍ଲୀ : ଦେଶରେ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବୃଦ୍ଧି ହେଲେ ଦିନେ ହ୍ରାସ ପାଉଛି। ଆଉ ୧୯,୮୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୦,୮୭,୦୩୭କୁ ବୃଦ୍ଧି ପାଇଛି। ସେହିପରି ୨୦,୪୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୪,୨୪,୦୨୯ ଆରୋଗ୍ୟ ଲାଭ କରିଛନ୍ତି। ଆରୋଗ୍ୟ ହାର ୯୮.୫୦%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୫୩୦ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୧,୩୬,୪୭୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୧%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।


