ନୂଆଦିଲ୍ଲୀ : ଗତ କିଛିଦିନ ପରେ ଦେଶରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ଅତିକ୍ରମ କରିଛି। ଦିନକରେ ଆଉ ୨୦ ହଜାର ୫୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୧,୦୭,୫୮୮କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ଆଉ ୨୧,୫୯୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୪,୪୫,୬୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୦%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୭୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୬୦୦ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ୧,୩୫,୩୬୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୧%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗ ସୂଚନା ମିଳିଛି।
Popular Categories



