ଦେଶରେ ଚିହ୍ନଟ ହେଲେ ଆଉ ୧୬,୧୬୭ ନୂଆ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ : ଦେଶରେ କିଛି ଦିନପରେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ସୋମବାର ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧,୩୫,୫୧୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୬,୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୫,୫୪୯ ଲୋକେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୭୩୦ରେ ପହଞ୍ଚିଛି।
Comments are closed.