www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ହ୍ରାସ ସଂକ୍ରମଣ ; ଚିହ୍ନଟ ହେଲେ ଆଉ ୮,୮୧୩ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ହୋଇଛି। ଦିନକରେ ଆଉ ୮ ହଜାର ୮୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୭୭,୧୯୪କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୦୯୮ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%।
ଆଉ ୧,୧୧,୨୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୫%। ସେହିପରି ଆଉ ୧୫,୦୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୬,୩୮,୮୪୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୬%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories