www.samajalive.in
Monday, December 15, 2025
26.1 C
Bhubaneswar

ଦେଶରେ ୪,୫୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଆରୋଗ୍ୟ ହାର ୯୮.୬୯%

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଉଛି। ଦିନକରେ ଆଉ ୪,୫୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯,୭୫,୮୮୩କୁ ବୃଦ୍ଧି ପାଇଛି। ସେହିପରି ଆଉ ୭,୪୧୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୪,୧୩,୫୬୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ଆରୋଗ୍ୟ ହାର ୯୮.୬୯%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୩୫୫ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ଆଉ ୪୬,୯୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୧%।
ଦିନକ ପୂର୍ବରୁ ୮,୯୭,୯୦୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୭,୫୨,୦୮,୪୭୧ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ପୂର୍ବରୁ ୧୮,୬୯,୧୦୩ ଟିକା ନେଇଥିବା ବେଳେ ଏଯାଏଁ ୧,୭୯,୩୩,୯୯,୫୫୫ ଟିକାକରଣ କରାଯାଇଛି। ଆଜି ସକାଳ ଯାଏଁ ୪,୧୧,୦୩୯ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

- Advertisement -

 

Hot this week

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

Related Articles

Popular Categories