www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ଆଉ ୪,୧୮୪ ନୂଆ ଆକ୍ରାନ୍ତ ଚିହ୍ନଟ ; ୧୦୪ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୪ ହଜାର ୧୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯,୮୦,୦୬୭ କୁ ବୃଦ୍ଧି ପାଇଛି। ଆଉ ୬,୫୫୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୪,୨୦,୧୨୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୦%। ଚିିକିତ୍ସାଧୀନ ଅବସ୍ଥାରେ ଆଉ ୧୦୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୪୫୯ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୪୪,୪୮୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୧୦%। ଦିନକ ପୂର୍ବରୁ ୮,୭୩,୯୭୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୭,୬୦,୮୨,୪୪୫ ନମୁନା ପରୀକ୍ଷା କରାଯାଇଛି। ଗତକାଲି ୧୮,୨୩,୩୨୯ ଟିକା ନେଇଥିବା ବେଳେ ଏଯାଏଁ ୧,୭୯,୫୩,୯୫,୬୪୯ ଟିକାକରଣ କରାଯାଇଛି। ଆଜି ସକାଳ ସୁଦ୍ଧା ୧,୬୪,୪୩୩ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories