www.samajalive.in
Saturday, December 6, 2025
16.1 C
Bhubaneswar

ଦେଶ ଓ ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ

ଭୁବନେଶ୍ୱର/ନୂଆଦିଲ୍ଲୀ : ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଥିବା ବେଳେ ରାଜ୍ୟରେ ଗତ କିଛି ଦିନ ହେବ ୨ଶହ ଅତିକ୍ରମ କରୁଛି।
୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୪, ସଙ୍ଗରୋଧରୁ ୧୩୬, ସ୍ଥାନୀୟ ୯୭।
୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୭, ବରଗଡ ୭, ଭଦ୍ରକ ୧, ବଲାଙ୍ଗୀର ୧୨, ବୌଦ୍ଧ ୨, କଟକ ୩୧, ଦେଓଗଡ ୨, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୧, ଯାଜପୁର ୨, ଝାରସୁଗୁଡା ୧, କଳାହାଣ୍ଡି ୯, କନ୍ଧମାଳ ୩, କେନ୍ଦୁଝର ୨, ଖୋର୍ଦ୍ଧା ୫୩, କୋରାପୁଟ ୧, ମୟୁରଭଞ୍ଜ ୧୦, ନବରଙ୍ଗପୁର ୧୧, ନୟାଗଡ ୯, ନୂଆପଡା ୬, ପୁରୀ ୮, ରାୟଗଡା ୨, ସମ୍ବଲପୁର ୯, ସୋନପୁର ୩,ସୁନ୍ଦରଗଡ ୨୪, ଷ୍ଟେଟ ପୁଲରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୫୮୬କୁ ବୃଦ୍ଧି ପାଇଛି। ୧୩,୨୦,୭୧୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧ ହଜାର ୬୩୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
ଦେଶରେ ଦିନକରେ ଆଉ ୫ ହଜାର ୭୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୫,୨୫,୯୩୭ କୁ ବୃଦ୍ଧି ପାଇଛି। ଆଉ ୫,୬୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୯,୫୩,୩୭୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୩୦୨ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ୪୪,୨୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୦%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories