www.samajalive.in
Sunday, December 7, 2025
23.1 C
Bhubaneswar

କୋଭିଡ୍‍ ପରିଚାଳନା ପାଇଁ ଓଡ଼ିଶାକୁ ମିଳିଛି ୮୦୨ କୋଟି ଟଙ୍କା

ନୂଆଦିଲ୍ଲୀ : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ମୋଟ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି। ତେବେ କୋଭିଡ୍‍ ପରିଚାଳନା ପାଇଁ କେନ୍ଦ୍ର ସରକାର ରାଜ୍ୟ ସହାୟତା‌ ଦେବାରେ ହେଳା କରି ନାହାନ୍ତି।

ଗତ ଅଗଷ୍ଟ ୩୧ ସୁଦ୍ଧା ଓଡ଼ିଶାକୁ କୋଭିଡ୍‍ ପରିଚାଳନା ପାଇଁ ୮୦୨ କୋଟି ଟଙ୍କା ମିଳିଛି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଲୋକସଭାରେ ଏକ ଲିଖିତ ଉତ୍ତରରେ ଏହା କହିଛନ୍ତି। ଏହି ଅର୍ଥ ଏସ୍‍ଡିଆର୍‍ଏଫ୍‍ରୁ ପ୍ରଦାନ କରାଯାଇଛି। ଏହାସହିତ ମହାରାଷ୍ଟ୍ରକୁ ସର୍ବାଧିକ ୧୬୧୧ କୋଟି ଟଙ୍କା, ଉତ୍ତର ପ୍ରଦେଶକୁ ୯୬୬ କୋଟି ଓ ମଧ୍ୟପ୍ରଦେଶକୁ ୯୧୦ କୋଟି ଟଙ୍କା ମିଳିଥିବା ନେଇ ସେ ସୂଚନା ଦେଇଛନ୍ତି। ମହାରାଷ୍ଟ୍ର, ୟୁପି ଓ ମଧ୍ୟପ୍ରଦେଶ ପରେ ଓଡ଼ିଶାକୁ ଚତୁର୍ଥ ସର୍ବାଧିକ ଅନୁଦାନ ପ୍ରଦାନ କରାଯାଇଛି । ସେହିପରି କର୍ଣ୍ଣାଟକକୁ ୭୯୧, ରାଜସ୍ଥାନକୁ ୭୪୦ ଓ ବିହାରକୁ ୭୦୮ କୋଟି ଟଙ୍କା ପ୍ରଦାନ କରାଯାଇଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories