www.samajalive.in
Monday, December 8, 2025
20.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୭ ଗିରଫ, ଜରିମାନା ଆଦାୟ ୧୯,୭୫,୧୫୦ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଗୋଟିଏ ମାମଲା ଦାୟର କରାଯାଇଛି। ଓଡ଼ିଶାରେ କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୨୮ ଟି ଗାଡ଼ି ଜବତ ହୋଇଛି ଏବଂ ୧୯,୭୫,୧୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୫,୬୩,୯୨୬ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୩,୯୬୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୪,୯୦୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୬୪୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭,୩୬୦ ରହିଛି। ୭,୩୬୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories