www.samajalive.in
Monday, December 8, 2025
13.1 C
Bhubaneswar

ଦେଶରେ ୫ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶବାସୀଙ୍କ ପାଇଁ ଖୁସି ଖବର। ଏବେ କରୋନା ସଂକ୍ରମଣ ଦ୍ରୁତ ସଂଖ୍ୟାରେ ହ୍ରାସ ପାଇବାରେ ଲାଗିଛି। ଆଜି ଦେଶରେ ୨୪ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୬୬ଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୯,୬୨୦ଜଣ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ଦେଶରେ କରୋନା ସଂକ୍ରମିତ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୧୧୮ ରହିଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୬୭,୩୧୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୬୬ ମୃତ୍ୟୁକୁ ମିଶାଇ ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ୫,୧୫,୧୦୨ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୯,୬୨୦ଜଣ କରୋନା ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ୪,୨୩,୯୮,୦୯୫ ସୁସ୍ଥ ହୋଇଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ମୋଟ ୧,୭୮,୯୦,୬୧,୮୮୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ଗତକାଲି ୬,୧୨,୯୨୬ଟି କୋଭିଡ-୧୯ ପାଇଁ ନମୁନା ପରୀକ୍ଷା କରାଯାଇଥିବାବେଳେ ଦେଶରେ ମୋଟ ୭୭,୩୪,୩୭,୧୭୨ଟି ନମୁନା ପରୀକ୍ଷା କରାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories