www.samajalive.in
Sunday, December 7, 2025
26.1 C
Bhubaneswar

୧୩ହଜାର ଟପିଲା ଆଇଏଲ୍‌ଏସ୍‌ରେ କୋଭିଡ୍‌-୧୯ ପରୀକ୍ଷଣ

ଭୁବନେଶ୍ବର: ପୂର୍ବ ଭାରତର ଅଗ୍ରଣୀ ଗବେଷଣା ସଂସ୍ଥା ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌), ଭୁବନେଶ୍ୱରରେ କୋଭିଡ୍‌-୧୯ ପରୀକ୍ଷଣ ୧୩ହଜାରୁ ଅଧିକ ରହିଛି। ଏବେ ଏହାର ପରୀକ୍ଷଣ କ୍ଷମତା ବୃଦ୍ଧି ପାଇଛି। ଆଇଏଲ୍‌ଏସ୍‌ ପକ୍ଷରୁ ଏ ପର୍ଯ୍ୟନ୍ତ ଓଡ଼ିଶାରେ ୧୩,୧୨୧ ଟି କୋଭିଡ୍‌-୧୯ ପରୀକ୍ଷଣ କରାଯାଇଛି। ଆଗକୁ ମଧ୍ୟ ଏହି ପରୀକ୍ଷଣ କ୍ଷମତା ବୃଦ୍ଧି କରିବାର ଲକ୍ଷ୍ୟ ରଖାଯାଇଛି। କୋଭିଡ୍‌-୧୯ ସଂପର୍କିତ ବିଭିନ୍ନ ଉଚ୍ଚତର ଗବେଷଣା ପାଇଁ ମଧ୍ୟ ଏଠାରେ ବୈଜ୍ଞାନିକମାନେ କାର୍ଯ୍ୟରତ ଅଛନ୍ତି।
କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରେଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୪,୮୮୮ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୬,୦୦,୮୫୬ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୪୭୩୪ ଗ୍ରାମ ପଞ୍ଚାୟତରେ ୩,୨୧,୧୭୭ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୪ ଟି ପୌରାଞ୍ଚଳରେ ୩୫,୮୩୨ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ କହିଛନ୍ତି।

କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ଏବଂ ଜୀବ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପଦ୍ମଶ୍ରୀ ଡ. ଅଜୟ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories