www.samajalive.in
Sunday, December 7, 2025
18.1 C
Bhubaneswar

କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୧ ମାମଲା, ୨୩ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁଲାଇ ୧୫ରୁ ଜୁଲାଇ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୧ ଟି ମାମଲା ଦାୟର କରାଯାଇଛି। ଏଥିମଧ୍ୟରୁ ୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୨୩ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୬୧,୯୨୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୫,୩୯୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୦,୮୭୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୪୦୧। ୭୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୪୧୨ ରହିଛି। ୪,୮୧୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories