MEllora 950×100

ରାଜ୍ୟରେ ୨୪ ଘଣ୍ଟାରେ ୧୭ ନୂଆ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ଡେସ୍କ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭ ଜଣ ନୂଆ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ୧୩୪ ଦିନ ଭିତରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସର୍ବାଧିକ। ସେ କହିଛନ୍ତି, ଏବେ ମୋଟ ୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ରାଜ୍ୟରେ କରୋନା ନମୁନା ପରୀକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଉ ଥିବାରୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।

Comments are closed.