www.samajalive.in
Monday, December 15, 2025
17.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୬୨.୦୮%କୁ ବୃଦ୍ଧି ; ୨୪ ଘଣ୍ଟାରେ ୪୮୭ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୬୨.୦୮%କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ହଜାର ୫୪୭ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିବା ସହ ଦେଶରେ ଏପର୍ଯ୍ୟନ୍ତ ୪ ଲକ୍ଷ ୭୬ ହଜାର ୩୭୮ ସଂକ୍ରମିତ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ କୋଭିଡ୍‍ ଆରୋଗ୍ୟ ହାର ୬୨.୦୮%କୁ ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ଭିତରେ ଆଉ ୨୪ ହଜାର ୮୭୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ସହ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୬୭ ହଜାର ୨୯୬ ରହିଛି। କୋଭିଡ୍‍ ସଂକ୍ରମଣ ଆରମ୍ଭ ହେବା ଦିନଠାରୁ ଗୋଟିଏ ଦିନ ଭିତରେ ଏହା ହେଉଛି ସର୍ବାଧିକ ସଂକ୍ରମଣ। ସେହିପରି ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣଙ୍କ ମୃତ୍ୟୁ ଘଟିବା ସହ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ ହଜାର ୧୨୯ରେ ପହଞ୍ଚିଛି। ବର୍ତ୍ତମାନ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ୨ ଲକ୍ଷ ୬୯ ହଜାର ୭୮୯ ଜଣ ସଂକ୍ରମିତ ବ୍ୟକ୍ତିଙ୍କର ଚିକିତ୍ସା କରାଯାଉଛି।

- Advertisement -

ଭାରତୀୟ ଭେଷଜ ଗବେଷଣା ପରିଷଦ କହିଛି, ଗତ ୨୪ ଘଣ୍ଟା ଭିତରେ ଆଉ ୨ ଲକ୍ଷ ୬୭ ହଜାର ୬୧ଟି ନମୁନା ପରୀକ୍ଷା କରାଯାଇଛି। ଗୋଟିଏ ଦିନ ଭିତରେ ଏହା ମଧ୍ୟ ସର୍ବାଧିକ ନମୁନା ପରୀକ୍ଷଣ। ଏପର୍ଯ୍ୟନ୍ତ ମୋଟ୍‍ ୧ କୋଟି ୭ ଲକ୍ଷ ୪୦ ହଜାର ୮୩୨ଟି ନମୁନା ପରୀକ୍ଷା କରାଯାଇ ସାରିଲାଣି।
ଆଇସିଏମ୍‍ଆର୍‍ ନମୁନା ପରୀକ୍ଷା ପାଇଁ ଉଭୟ ସରକାରୀ ଓ ବେସରକାରୀ ପରୀକ୍ଷାଗାରଗୁଡ଼ିକୁ ଅନୁମତି ପ୍ରଦାନ କରୁଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧ ହଜାର ୧୩୨ଟି ପରୀକ୍ଷାଗାରରେ ନମୁନା ପରୀକ୍ଷା କରାଯାଉଛି। ସେଗୁଡ଼ିକ ମଧ୍ୟରେ ୮୦୫ଟି ସରକାରୀ ପରୀକ୍ଷାଗାର ଓ ୩୨୭ଟି ବେସରକାରୀ ପରୀକ୍ଷାଗାର ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories