www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ କୋଭିଡ ଆରୋଗ୍ୟ ହାର ୭୭.୭୭ % : ମୃତ୍ୟୁସଂଖ୍ୟା ୭୩ ହଜାର ୮୯୦

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ୭୭.୭୭ ପ୍ରତିଶତକୁ ବୃଦ୍ଧି ପାଇଛି। ପ୍ରାୟ ୩୪ ଲକ୍ଷ ଲୋକ କୋଭିଡ୍‍- ୧୯ରୁ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ଭିତରେ ୭୪ ହଜାର ୮୯୪ଜଣ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିବା ସହ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଆରୋଗ୍ୟ ଲାଭ କରିଥିବା ଲୋକମାନଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଥିବାରୁ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ହ୍ରାସ ପାଇ ମୋଟ୍‍ ସଂକ୍ରମଣର ୨୦.୫୩ % ରହିଛି। ଆରୋଗ୍ୟ ଲାଭ କରିଥିବା ଲୋକମାନଙ୍କ ସଂଖ୍ୟା ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ତୁଳନାରେ ୩ ଦଶମିକ ୮ ଗୁଣ ଅଧିକ ରହିଛି।
ଗତ ଏକ ମାସ ମଧ୍ୟରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟାରେ ତିନିଗୁଣାରୁ ଅଧିକ ବୃଦ୍ଧି ଘଟିଛି।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ୮୯ ହଜାର ୭୦୬ ଜଣ ନୂଆ ଲୋକ ସଂକ୍ରମିତ ହେବା ସହ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୪୩ ଲକ୍ଷ ୭୦ ହଜାର ୧୨୯ ରହିଛି। ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ୮ଲକ୍ଷ ୯୭ ହଜାର ୩୯୪ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୧୧୫ ଜଣ ମୃତ୍ୟୁ ଘଟିବା ସହ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୭୩ ହଜାର ୮୯୦ରେ ପହଞ୍ଚିଛି। ଅନ୍ୟପକ୍ଷରେ ଦେଶରେ କୋଭିଡ୍‍ ମୃତ୍ୟୁହାର ଶତକଡ଼ା ୧.୬୯ ପ୍ରତିଶତ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତରେ କୋଭିଡ୍‍ ମୃତ୍ୟୁହାର ମଧ୍ୟ ଯଥେଷ୍ଟ କମ୍‍ ରହିଛି। ଦେଶର ୧୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋବିଡ ମୃତ୍ୟୁହାର  ୧ ପ୍ରତିଶତରୁ କମ୍‍ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories