www.samajalive.in
Saturday, December 13, 2025
23.1 C
Bhubaneswar

ଆରୋଗ୍ୟ ହାର ୭୮.୮୬ ପ୍ରତିଶତ : ୬ କୋଟି ୧୫ ଲକ୍ଷରୁ ଅଧିକ ନମୂନା ପରୀକ୍ଷା

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ୭୮.୮୬ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରୁ ରେକର୍ଡ ସଂଖ୍ୟକ ୮୭ହଜାର ୪୭୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଆରୋଗ୍ୟଙ୍କ ସଂଖ୍ୟା
୪୧ ଲକ୍ଷ ୧୨ ହଜାରରୁ ଅଧିକ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତ ମାନଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି ଓ ମୋଟ୍‍ ସଂକ୍ରମଣର ଏହା  ୧୯.୫୨% ରହିଛି। ଦେଶରେ ଚିକିତ୍ସିତ ହେଉଥିବା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ରହିଛି। ନମୂନା ପରୀକ୍ଷା, ସଂକ୍ରମିତ ମାନଙ୍କର ଚିହ୍ନଟ ଓ ତୁରନ୍ତ ଚିକିତ୍ସା
ଯୋଗୁଁ ଆରୋଗ୍ୟହାର ବୃଦ୍ଧି ପାଇବା ସହ ମୃତ୍ୟୁହାର ମଧ୍ୟ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ ମୃତ୍ୟୁ ଫଳରେ କୋବିଡ୍‍ ଜନିତ ମୃତ୍ୟୁସଂଖ୍ୟା ୮୪ ହଜାର ୩୭୨ରେ ପହଞ୍ଚିଛି। ଦେଶରେ କୋଭିଡ ମୃତ୍ୟୁହାର ୧ .୬୨ ଭାଗ ରହିଛି।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୬ ହଜାରରୁ ଅଧିକ ନମୂନା ପରୀକ୍ଷା କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ମୋଟ୍‍ ୬ କୋଟି ୧୫ ଲକ୍ଷରୁ ଅଧିକ ନମୂନା ପରୀକ୍ଷା କରାଯାଇଛି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories