www.samajalive.in
Sunday, December 7, 2025
13.1 C
Bhubaneswar

ଆରୋଗ୍ୟ ହାର ୯୨.୪୧ ପ୍ରତିଶତ : ମୃତ୍ୟୁହାର ୧.୪୮%

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ୯୨.୪୧ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୩ହଜାରରୁ ଅଧିକ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ଏପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରିଥିବା ଲୋକମାନଙ୍କ ସଂଖ୍ୟା ୭୮ଲକ୍ଷରେ ପହଞ୍ଚିଛି। କ୍ରମାଗତଭାବେ ଆରୋଗ୍ୟ ଲୋକମାନଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ହ୍ରାସ ପାଇ ମୋଟ୍‍ ସଂକ୍ରମଣର ଶତକଡ଼ା ୬.୧୧ ଭାଗ ରହିଛି। ଦେଶରେ ମୋଟ୍‍ ୫ଲକ୍ଷ ୧୬ ହଜାର ସକ୍ରିୟ ସଂକ୍ରମିତ ଲୋକ ଚିକିତ୍ସାଧୀନ ଅଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୩୫୭ ଜଣ ନୂଆଲୋକ ଭୂତାଣୁରେ ସଂକ୍ରମିତ ହେବା ସହ ମୋଟ୍‍ ସଂକ୍ରମଣ ୮୪ ଲକ୍ଷରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, କୋଭିଡର ମୁକାବିଲା ପାଇଁ କେନ୍ଦ୍ର ସରକାର ପ୍ରଣୟନ କରିଥିବା ନିୟମର ସଠିକ୍‍ ପାଳନ ଯୋଗୁଁ ଆରୋଗ୍ୟ ହାର ବୃଦ୍ଧି ପାଉଥିବା ବେଳେ ମୃତ୍ୟୁହାର ହ୍ରାସ ପାଇବାରେ ଲାଗିଛି। ଦେଶରେ ବର୍ତ୍ତମାନ କୋବିଡ ମୃତ୍ୟୁହାର ୧.୪୮ ପ୍ରତିଶତକୁ ହ୍ରାସ ପାଇଛି, ଯାହା ବିଶ୍ୱର ଅନ୍ୟ ଦେଶଗୁଡ଼ିକ ତୁଳନାରେ ଯଥେଷ୍ଟ କମ୍‍।
ଗତ ୨୪ ଘଣ୍ଟା ଭିତରେ ୫୫୭ ଜଣଙ୍କ ମୃତ୍ୟୁ ଘଟିବାରୁ ଦେଶରେ କୋବିଡ ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨ରେ ପହଞ୍ଚିଛି। ଭାରତୀୟ ଡାକ୍ତରୀ ଗବେଷଣା ପରିଷଦର ରିପୋର୍ଟ ଅନୁସାରେ, ଗତ ୨୪ଘଣ୍ଟା ମଧ୍ୟରେ ୧୧ଲକ୍ଷ ୧୩ ହଜାର ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ଏପର୍ଯ୍ୟନ୍ତ ୧୧ କୋଟି ୬୫ ଲକ୍ଷ ନମୁନା ପରୀକ୍ଷା କରାଯାଇଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories