www.samajalive.in
Saturday, December 6, 2025
14.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୯୬.୦୪ ପ୍ରତିଶତ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୬୫୬

ନୂଆଦିଲ୍ଲୀ ;  ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୬.୦୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୧୩୯ ଜଣ କୋଭିଡ୍‍ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ଦେଶରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୯୮ ଲକ୍ଷ ୬୦ ହଜାର ୨୮୦କୁ ବୃଦ୍ଧି ପାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ୨୧ ହଜାର ୮୨୧ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୬୬ ହଜାର ୬୭୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ ୨୯୯ ଜଣଙ୍କର ମୃତ୍ୟୁ ପରେ ଦେଶରେ କୋଭିଡ୍‍ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୮ ହଜାର ୭୩୮ରେ ପହଞ୍ଚିଛି। ଦେଶ​ରେ ଏବେ ୨ ଲକ୍ଷ ୫୭ ହଜାର ୬୫୬ ସକ୍ରିୟ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories