www.samajalive.in
Friday, December 12, 2025
16.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୮୩.୭୦ ପ୍ରତିଶତ : ମୃତ୍ୟୁସଂଖ୍ୟା ଲକ୍ଷେର ନିକଟତର

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ୮୩.୭୦ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୯ ହଜାର ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଏପର୍ଯ୍ୟନ୍ତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୫୩ ଲକ୍ଷ ୫୦ ହଜାରରେ ପହଞ୍ଚିଛି। କ୍ରମାଗତ ଭାବେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା ହ୍ରାସ ପାଇ ମୋଟ୍‍ ସଂକ୍ରମଣର ୧୪.୭୪% ରହିଛି। ଗତ ୨୪ ଘଣ୍ଟାରେ ଆଉ ୮୧ ହଜାର ୪୮୪ ଜଣ ନୂଆ ଲୋକ ସଂକ୍ରମିତ ହେବା ସହ ମୋଟ୍‍ ସଂକ୍ରମଣ ୬୩ ଲକ୍ଷ ୯୪ ହଜାର ୬୯କୁ ବୃଦ୍ଧି ପାଇଛି।
ବର୍ତ୍ତମାନ ଦେଶରେ ଚିକିତ୍ସିତ ହେଉଥିବା ସକ୍ରିୟ  ସଂକ୍ରମିତମାନଙ୍କ ସଂଖ୍ୟା ୯ଲକ୍ଷ ୪୨ ହଜାର ୨୧୭ ରହିଛି। ମନ୍ତ୍ରଣାଳୟ କହିଛି, କୋଭିଡ ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନାର ଫଳପ୍ରଦ କାର୍ଯ୍ୟକାରିତା ଯୋଗୁଁ ଦେଶରେ ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ମୃତ୍ୟୁ ହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୯୫ ଜଣଙ୍କ ମୃତ୍ୟୁ ଘଟିବାରୁ କୋଭିଡ ମୃତ୍ୟୁସଂଖ୍ୟା ୯୯ ହଜାର ୭୭୩ରେ ପହଞ୍ଚିଛି। ଭାରତରେ କୋଭିଡ ମୃତ୍ୟୁହାର ବର୍ତ୍ତମାନ ୧ .୫୬ ପ୍ରତିଶତ ରହିଛି, ଯାହା ବିଶ୍ୱର ହାରାହାରି ମୃତ୍ୟୁହାରଠାରୁ ଯଥେଷ୍ଟ କମ୍‍।
ମନ୍ତ୍ରଣାଳୟ କହିଛି, ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ଦୈନିକ ନମୁନା ପରୀକ୍ଷା, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଦୈନିକ ନମୁନା ପରୀକ୍ଷା ମାନକ ୧୪୦କୁ ଅତିକ୍ରମ କରି ଏହାର ୫ ଗୁଣାରୁ ଅଧିକ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୧ ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ଦେଶରେ ଏଯାବତ ୭ କୋଟି ୭୦ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ପ୍ରତିଶତ

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories